ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦରେ ୫୬.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୫୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୫୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୪୭.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ପର୍ଜଙ୍ଗରେ ୪୦.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୩୫.୩ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୩୪.୯ ମି.ମି., ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୩୩.୦ ମି.ମି., ଅନୁଗୁଳ ଜିଲ୍ଲାର ତାଳଚେରରେ ୩୨.୦ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୩୧.୪ ମି.ମି., କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୦.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲହୁଣିପଡାରେ ୨୬.୪ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୨୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024