ଅହମ୍ମଦାବାଦ, କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦଠାରେ ଆୟୋଜିତ ‘ତ୍ରିରଙ୍ଗାଯାତ୍ରା’ ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରପଟେଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।
ଏହି ଅବସରରେ ଶ୍ରୀ ଅମିତ ଶାହ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀଜୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ହର ଘର ତ୍ରିରଙ୍ଗା ଅଭିଯାନ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଦେଶଭକ୍ତି ଏବଂ ସଂକଳ୍ପର ପରିଭାଷା ପାଲଟିଛି । ଏହି ଅଭିଯାନ କେବଳ ଗୁଜରାଟରେ ନୁହେଁ ବରଂ ସମଗ୍ରଦେଶରେ ଏକ ନୂତନ ଶକ୍ତି ସଂଚାର କରୁଛି ବୋଲି ସେ କହିଛନ୍ତି