ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ପୁରୀ ଜିଲ୍ଲାର ପିପିଲିରେ ୭୨.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୬୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୬୩.୮ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୬୦.୮ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୫୬.୦ ମି.ମି., କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ୫୪.୪ ମି.ମି., ସ୍ଵାମପାଟଣାରେ ୫୧.୦ ମି.ମି., ପୁରୀ ଜିଲ୍ଲାର ନିମାପଡ଼ାରେ ୪୮.୮ ମି.ମି., କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ୪୮.୬ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୪୬.୦ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୪୫.୦ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୪୨.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟାଙ୍ଗରପାଲିରେ ୪୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024