ଭୁବନେଶ୍ଵର- ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାକୁ ଦୃଷ୍ଟିରେ ରଖି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣ ବର୍ଷା ନେଇ ଆସନ୍ତାକାଲି ଅର୍ଥାତ୍ ୧୮ ତାରିଖ ପାଇଁ ୬ ଜିଲ୍ଲା, ୧୯ ତାରିଖ ପାଇଁ ୬ ଜିଲ୍ଲା ଏବଂ ୨୦ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।