ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ବାମରାରେ ସର୍ବାଧିକ ୭୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୭୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡଳିରେ ୭୧.୦ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୬୭.୨ ମି.ମି., ବାଲେଶ୍ଵର ଜିଲ୍ଲାର ଏନଏଚ-୫, ଗୋବିନ୍ଦପୁରରେ ୬୬.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୬୫.୦ ମି.ମି., ବେତନଟୀରେ ୬୫.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ାରେ ୬୦.୦ ମି.ମି., ଟେନସାରେ ୫୮.୪ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୫୮.୦ ମି.ମି., ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀରେ ୫୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୫୪.୪ ମି.ମି., କୁସୁମିରେ ୫୪.୦ ମି.ମି. ଏବଂ ବାରିପଦାରେ ୫୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024