ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାକୁ ଦୃଷ୍ଟିରେ ରଖି ଭୀଷଣ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣ ବର୍ଷା ନେଇ ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ପାଇଁ ୫ ଜିଲ୍ଲା ଏବଂ ୨୩ ତାରିଖ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।