
ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ହିରାକୁଦରେ ସର୍ବାଧିକ ୯୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନୂଆପଡ଼ା ଜିଲ୍ଲାର ସିନାପାଲିରେ ୮୨.୦ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୮୦.୨ ମି.ମି., କଟକ ଜିଲ୍ଲାର ମାହାଙ୍ଗାରେ ୮୦.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭୮.୦ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୭୪.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୬୯.୬ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୬୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ୬୪.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୬୨.୦ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୬୦.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୫୫.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୫୪.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୫୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।