
-
ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ
-
ପୂର୍ବତନ ବିଧାୟକ ସୁନ୍ଦର ମୋହନ ମାଝୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ପାରିତ
ଭୁବନେଶ୍ୱର– ଚଳିତ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ଗୃହର ପୂର୍ବତନ ସଦସ୍ୟ ସୁନ୍ଦର ମୋହନ ମାଝୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ପାରିତ ହୋଇଛି ।
ଗୃହ କାର୍ଯ୍ୟ ଆରମ୍ଭରେ ଯଶୀପୁର ପୂର୍ବତନ ବିଧାୟକ ସୁନ୍ଦରମୋହନ ମାଝୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହି ପ୍ରସ୍ତାବକୁ ବିରୋଧି ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ତଥା ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିଥିଲେ। ଏହା ପରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ନୀରବ ପ୍ରାର୍ଥନା କରାଯାଇ ଶୋକ ପ୍ରସ୍ତାବକୁ ପାରିତ କରାଯାଇଥିଲା ।