ଭୁବନେଶ୍ୱର– ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ । ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୪ଶହ ଡେଇଁଲା । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି । ଆଜି ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ମୋଟ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୧ ଥିଲା । କେବଳ ସୁନ୍ଦରଗଡ଼ରୁ ୭୨୭ ଓ ଖୋର୍ଦ୍ଧାରୁ ୫୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ, ବଲାଙ୍ଗିର ଓ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଉପରେ ରହିଛି । ଦିଲ୍ଲୀରୁ ଏକ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗ ଟିମ୍ ଭିଜିଟ୍ କରିଛନ୍ତି, ଟେଷ୍ଟିଂ ବଢ଼ିଥିବା ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
Related Stories
October 6, 2024
October 6, 2024