
ଭୁବନେଶ୍ୱର– ଗୁରୁଜାଙ୍ଗରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଏନେଇ ଫଟୋ ସେୟାର କରିବା ସହ କହିଛନ୍ତି ଯେ, ବେଦାନ୍ତ କେଶରୀ ବ୍ରହ୍ମଲୀନ ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଜୀ ମହାରାଜଙ୍କ ପୁଣ୍ୟତିଥି ଅବସରରେ ତାଙ୍କର ଜନ୍ମସ୍ଥାନ ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଠାରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ସମାଜର ବଞ୍ଚିତ ବର୍ଗଙ୍କ ସେବା ପାଇଁ ଜନସାଧାରଣଙ୍କ ମଧ୍ୟରେ ସମର୍ପଣ ଭାବନା ତିଆରି କରିବା ପାଇଁ ସ୍ୱାମଜୀ ପ୍ରେରିତ କରୁଥିଲେ । ରାଜ୍ୟରେ ସମାଜିକ ସମରସତାର ସବୁଠୁ ବଡ ଉଦାହରଣ ତିଆରି କରିଥିଲେ । ତାଙ୍କର ତ୍ୟାଗ, ନିଷ୍ଠା ଓ ନୀତି ଆଦର୍ଶ ଆମ ଜାତି ଓ ସମାଜ ପାଇଁ ସର୍ବଦା ପାଥେୟ ହେଉ ।