ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୮ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲା ମାଲକାନଗିରି, କୋରାପୁଟ ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୯ ଜିଲ୍ଲା ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୯ ତାରିଖ ଭୀଷଣରୁ ଅତି ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୩୦ ତାରିଖ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ୩୧ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।