ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ସର୍ବାଧିକ ୧୦୭.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭୮.୦ ମି.ମି., କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ରେ ୫୦.୬ ମି.ମି., ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ୪୪.୦ ମି.ମି., କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୪୪.୦ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୩୬.୬ ମି.ମି., ଚିକିଟିରେ ୩୬.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୩୫.୦ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୩୪.୬ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୩୩.୦ ମି.ମି., ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୩୧.୦ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୩୦.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୩୦.୦ ମି.ମି. ଏବଂ ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୨୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 15, 2024