ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମାଲକାନଗିରି ଜିଲ୍ଲାର ଚିତ୍ର୍ରକୋଣ୍ଡାରେ ୩୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୩୭.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୩୬.୨ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୩୪.୧ ମି.ମି., ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୩୦.୦ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୨୮.୪ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରର ୨୬.୪ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାରେ ୨୬.୦ ମି.ମି., ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ୨୫.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୨୪.୦ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୨୨.୪ ମି.ମି., ଗଜପତି ଜିଲ୍ଲାର କାଶୀନଗର ୨୨.୨ ମି.ମି. ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୨୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024