-
୫ ତାରିଖରେ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାକୁ ଦୃଷ୍ଟିରେ ରଖି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା ମାଲକାନଗିରି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଦୁଇ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଆଗାମୀ ୫ ତାରିଖରେ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।