ଭୁବନେଶ୍ୱର– ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜନପ୍ରତିନିଧି ଭାବରେ ସମ୍ବଲପୁର ପ୍ରତି ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
Related Stories
October 9, 2024
October 9, 2024