-
: ସ୍ଵାଭାବିକ୍ ବର୍ଷା ତୁଳନାରେ ୧୨ ପ୍ରତିଶତ କମ୍ : ମାଲକାନଗିରି ଜିଲ୍ଲାରେ ଅତ୍ୟଧିକ ବର୍ଷା, ୧୭ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା, ୧୨ ଜିଲ୍ଲା ନିଅଂଟିଆ କାଟାଗୋରୀରେ
ବନେଶ୍ଵର– ଚଳିତ ମୌସୁମୀ ଋତୁ ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୮୪୨.୯ ପ୍ରତିଶତ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ସ୍ଵାଭାବିକ୍ ବର୍ଷା ତୁଳନାରେ ୧୨ ପ୍ରତିଶତ କମ୍ ରହିଛି ।
ଏହି ସମୟରେ ଗୋଟିଏ ଜିଲ୍ଲା ମାଲକାନଗିରିରେ ଅତ୍ୟଧିକ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ୧୫୨୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ୧୭ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା ହୋଇଛି ଏବଂ ଅନ୍ୟ ୧୨ ଜିଲ୍ଲା ନିଅଂଟିଆ କାଟାଗୋରୀରେ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।