ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୫ ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ ବଜ୍ରପାତ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ପାଇଁ ଭୀଷଣ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୩ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୫ ତାରିଖରେ ଭୀଷଣ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୬ ତାରିଖରେ ଭୀଷଣ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ଭୀଷଣ ବର୍ଷା ସାଙ୍ଗକୁ କୋହଲା ପବନ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।