ନୂଆଦିଲ୍ଲୀ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌର ଟ୍ରାନ୍ସପୋର୍ଟ ନଗରରେ ଏକ ତିନି ମହଲା କୋଠା ଭୁଶୁଡ଼ିବା ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି । ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ପ୍ରଧାନମନ୍ତ୍ରୀ ମୃତାହତଙ୍କ ପରିଜନ ନିମନ୍ତେ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀ ଆଜି ତାଙ୍କ ଅଫିସିଆଲ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଉତର ପ୍ରଦେଶର ଲକ୍ଷ୍ନୌରେ କୋଠା ଭୁଶୁଡ଼ି ଲୋକଙ୍କ ମୃତ୍ୟୁ ଘଟିବା ଅତ୍ୟନ୍ତ ଦୁଃଖଦ ଘଟଣା । ଏଥି ସହିତ ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଏବଂ ପ୍ରତ୍ୟେକ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।
ଏଠାରେ ଉଲ୍ଲେଖଯୋଗ୍ୟ, ଏହି କୋଠା ଭୁଶୁଡ଼ିବା ଘଟଣାରେ ଅଦ୍ୟାବଧି ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୮ ଜଣ ଆହତ ହୋଇଛନ୍ତି ।