ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୪ ଦିନ ପାଇଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ସୋନପୁର, ବରଗଡ଼, ସମ୍ବଲପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୬ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୬ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୯ ତାରିଖ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି ହୋଇଛି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୂରୂପେ ୧୧ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।