ଭୁବନେଶ୍ଵର– ବଙ୍ଗୋପ ସାଗରରେ ଅବପାତ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଆଗାମି ତିନି ଦିନ ଯାଏଁ ସ୍ଥିତି ପ୍ରାୟ ସମାନ ରହିବ । ଆଗାମୀ ୨୪ ଘଂଟା ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ । ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ଗଜପତି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୮ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୧୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୪ ଜିଲ୍ଲା ବଲାଙ୍ଗିର, ସୋନପୁର, ସମ୍ବଲପୁର ଏବଂ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୧୧ ତାରିଖରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।