ଭୁବନେଶ୍ବର– ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ହେବ ବ୍ୟାରିକେଡ୍। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ପିଏମଙ୍କ ସୁରକ୍ଷା ପାଇଁ ସାଧା ପୋଷାକରେ ବି ପୁଲିସ ରହିବେ ।
ଏଠାରେ ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।