ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ହିରାକୁଦରେ ସର୍ବାଧିକ ୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୭.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୭.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୫.୨ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡୁଳିରେ ୩.୬ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଏନଏଚ-୫, ଗୋବିନ୍ଦପୁରରେ ୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 17, 2024
September 17, 2024