ଭୁବନେଶ୍ୱର, ଲଗାଣ ବର୍ଷା ଯୋଗୁଁ ବାଲେଶ୍ଵର ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ଆଜି ଏକ ବୈଠକରେ ସମୀକ୍ଷା କରିଥିଲେ । ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମଧ୍ୟ ସାମିଲ ହୋଇଥିଲେ .।
ଏହି ବୈଠକରେ ସ୍ଥାନୀୟ ସାଂସଦ, ବିଧାୟକ ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବନ୍ୟା ପ୍ରଭାବିତ ଅଞ୍ଚଳର ଜନସାଧାରଣଙ୍କୁ ସମସ୍ତ ସୁବିଧା ସୁଯୋଗ, ଉତ୍ତମ ସ୍ୱାସ୍ଥ୍ୟସେବା ଓ ରିଲିଫ ସହାୟତା ତ୍ୱରିତ ଗତିରେ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପୀଡିତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗେଇ ଦେବା ଆମ ସରକାରଙ୍କ ପ୍ରାଥମିକତା ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି ।