ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ସର୍ବାଧିକ ୬୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୪୭.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଜଟଣୀରେ ୪୬.୦ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୪୫.୧ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୩୮.୦ ମି.ମି., କଟକ ଜିଲ୍ଲାର କଂଟାପଡ଼ାରେ ୩୫.୦ ମି.ମି., ନରାଜରେ ୩୨.୪ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୩୦.୪ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୨୯.୦ ମି.ମି., ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ୨୮.୮ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୨୩.୨ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୨୧.୦ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୧୮.୦ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୬୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024