-
୨୩ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର– ୨୨ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୨ ଜିଲ୍ଲା ଢ଼େଙ୍କାନାଳ, ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲା ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୬ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୨୩ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।