ଭୁବନେଶ୍ୱର– ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଜ ଆଡୁ ମାମଲା ରୁଜୁ କଲେ ମହିଳା କମିଶନର । ଆଜି ଏନେଇ ଭରତପୁର ଥାନାରେ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ପହଞ୍ଚିଥିଲେ । ଏହାପରେ ମହିଳା କମିଶନର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମହିଳା କମିଶନ ଏନେଇ ନିଜ ତରଫରୁ ଏକ ମାମଲା ରୁଜୁ କରିଛନ୍ତି । ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ଚିଠି କରିଛୁ । ସଠିକ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ଦିଆଯାଉ । ପୀଡ଼ିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି କହିଛନ୍ତି କମିଶନ ଅଧ୍ୟକ୍ଷା ।
Related Stories
October 3, 2024
October 3, 2024