ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୯୮.୩ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୯୪.୯ ମି.ମି., ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ୮୭.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ପର୍ଜଙ୍ଗରେ ୮୫.୦ ମି.ମି., ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୮୫.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୮୪.୯ ମି.ମି., ଖଣ୍ଡପଡ଼ାରେ ୮୨.୨ ମି.ମି., ଗଣିଆରେ ୭୨.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୬୯.୪ ମି.ମି., ଯାଜପୁର ଜିଲ୍ଲାର ବରୀରେ ୬୯.୦ ମି.ମି., ଭଦ୍ରକ ଜିଲ୍ଲାର ଧାମନଗରରେ ୬୫.୦ ମି.ମି., ଭଣ୍ଡାରିପୋଖରୀରେ ୬୨.୦ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ଚିକିଟିରେ ୬୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 10, 2024