ଭୁବନେଶ୍ଵର– ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ତିନି ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ ବଜ୍ରପାତ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୨୦ ଜିଲ୍ଲା ହେଲା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଏବଂ ଝାରସୁଗୁଡ଼ା । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲା ହେଲା ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ ।
୨୫ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ବରଗଡ. ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୬ ତାରିଖ ଭୀଷଣ ବର୍ଷା ନେଇ ୭ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।