କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ,ଅକ୍ଟୋବର ୨ ତାରିଖରେ ପୁରୀ ଜିଲ୍ଲା ସ୍ତରୀୟ ଗାନ୍ଧିଜୀଙ୍କ ୧୫୫ ତମ ଓ ଶାସ୍ତ୍ରୀଜୀ ଙ୍କ ୧୨୦ ତମ ଜୟନ୍ତୀ ପାଳିତ ହେବ।ଏହାକୁ ଶାନ୍ତିଶୃଙ୍ଖଳା ର ସହ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଅଧ୍ୟକ୍ଷତା କରିବା ସହ ଦୁଇ ମହାପୁରୁଷଙ୍କ ଜୟନ୍ତୀ କୁ ସୁଚାରୁରୂପେ ଓ ଶୃଙ୍ଖଳିତ ଭାବେ ପାଳନ କରିବାକୁ ଯେଉଁ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ନିଷ୍ଠାର ସହ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ।ବିସ୍ତୃତ ଆଲୋଚନା ପରେ ନିଷ୍ପତ୍ତି ନିଆଗଲା ଯେ ଗାନ୍ଧୀ ଜୟନ୍ତୀ ଦିନ ପ୍ରତ୍ୟୁଷ ୪.୩୦ ରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସହର ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାମଧୂନ ପରିବେଷଣ କରାଯିବ।ସକାଳ ୭ ଘଣ୍ଟିକା ରେ ଗାନ୍ଧୀଘାଟ ଠାରେ ମହାତ୍ମାଗାନ୍ଧୀ ଙ୍କ ପ୍ରତମୂର୍ତ୍ତିରେ ମାଲ୍ୟାର୍ପଣ,ସର୍ବଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ।ପରେ ସକାଳ ୮ ଘଣ୍ଟିକା ରେ ସଂସ୍କୃତି ଭବନ ଠାରେ ଜୟନ୍ତୀ ସଭା ଅନୁଷ୍ଠିତ ହେବ।ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବା ସହ ମିଷ୍ଟାନ୍ନ ବଣ୍ଟନ କରାଯିବ।ବୈଠକରେ ଆରକ୍ଷୀ ଅଧିକ୍ଷକ ପିନାକ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା,ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅତିରିକ୍ତ ଶିକ୍ଷା ଅଧିକାରୀ ମମତା ମିଶ୍ର,ସର୍ବୋଦୟ ମେଳା ସମିତି ର ସମ୍ପାଦକ ଶିବ ପ୍ରସାଦ ମିଶ୍ର ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ପ୍ରାରମ୍ଭରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ସ୍ୱାଗତ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।
Related Stories
November 21, 2024
November 21, 2024