ଭୁବନେଶ୍ଵର– ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଂଟା ପାଇଁ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୧ ତାରିଖରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।