ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ କୋରାପୁଟ ଜିଲ୍ଲାର ଜୟପୁରରେ ସର୍ବାଧିକ ୬୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୪୨.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡି ୩୩.୦ ମି.ମି., ଗଞ୍ଜାମ ଜିଲ୍ଲାର କୋଦଳାରେ ୨୩.୦ ମି.ମି., ଜଗନ୍ନାଥପ୍ରସାଦରେ ୨୧.୬ ମି.ମି., ନୟାଗଡ଼ ଜିଲ୍ଲାର ବରମୂଳରେ ୨୧.୬ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୧୩.୬ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୧୩.୬ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୧୨.୦ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୮.୬ ମି.ମି., ରାୟଗଡ଼ା ଜିଲ୍ଲାର ଆର. ଗୁଡା ୭.୬ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୭.୨ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭.୦ ମି.ମି. ଏବଂ ପଟାଙ୍ଗିରେ ୬.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 3, 2024
October 3, 2024