ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୮୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୪୩.୨ ମି.ମି., ବାଲେଶ୍ଵର ଜିଲ୍ଲାର ସୋରୋରେ ୪୩.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୪୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୪୨.୦ ମି.ମି., ଯାମଶୋଳାଘାଟରେ ୪୦.୪ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୪୦.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୭.୦ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୩୬.୨ ମି.ମି. ଏବଂ ବାଲେଶ୍ଵର ଜିଲ୍ଲାର ଔପଦାରେ ୨୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 22, 2025