ଭୁବନେଶ୍ୱର– ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଶନିବାର ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ।
କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ , ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଶିକ୍ଷାଦାନକୁ ଗୁଣାତ୍ମକ କରିବା ଦିଗରେ ଏହି ନିଯୁକ୍ତି ଏକ ବଡ଼ ପଦକ୍ଷେପ ହେବ। ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ପିଲାଙ୍କ ଭବିଷ୍ୟତ ଗଢିବା ଦିଗରେ ଏହା ସହାୟକ ହେବ । ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଥିବା ବେଳେ ଏହି ପଦକ୍ଷେପ ଲକ୍ଷ୍ୟ ପୂରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।
Related Stories
November 21, 2024
November 21, 2024