ସମ୍ବଲପୁର– ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ ଡାକ୍ତରୀ ଛାତ୍ର ଆହତ ହୋଇଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଛାଡ଼ି ଦିଆଯାଇଛି ।
ଗତକାଲି ବୁର୍ଲା ଭୀମସାର ପରିସରରେ ୟୁଜି ଛାତ୍ର ସଂଘର ବାର୍ଷିକ ଉତ୍ସବ ଚାଲିଥଲା । ଏହି ସମୟରେ ଗଣ୍ଡଗୋଳ ଘଟି ୩ ଜଣ ଡାକ୍ତରୀ ଛାତ୍ର ଆହତ ହୋଇଥିଲେ । ଏନେଇ ହାଉସ ସର୍ଜନମାନେ ବୁର୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଭୀମସାର ନିର୍ଦ୍ଦେଶକ, ବୁର୍ଲା ଥାନା ଆଇଆଇସି ଓ ଏସଡିପିଓ ଛାତ୍ରମାନଙ୍କ ସହ ବିଳମ୍ବିତ ରାତି ଯାଏଁ ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସମାଧାନ ହୋଇପାରିନାହିଁ । ଅନ୍ୟପକ୍ଷରେ ଘଟଣାର ପ୍ରତିବାଦରେ ହାଉସ୍ ସର୍ଜନମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ନିଷ୍ପତି ନେଇଛନ୍ତି ।