ଭୁବନେଶ୍ୱର :- ପୂର୍ବତନ ରାଜ୍ୟସଭା ସାଂସଦ ତଥା ଓଡ଼ିଶାର ବିଶିଷ୍ଟ ନେତା ଧନେଶ୍ଵର ମାଝୀଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l ଧନେଶ୍ଵର ମାଝୀ ୧୯୭୮ ରୁ ୧୯୮୪ ମସିହା ପର୍ଯ୍ୟନ୍ତ ଓଡିଶାରୁ ରାଜ୍ୟସଭାକୁ ସାଂସଦ ଭାବେ ପ୍ରତିନିଧିତ୍ଵ କରିଥିଲେ l ଏହା ସହ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କେସିଙ୍ଗା ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାୟକ ରୂପେ ନିର୍ବାଚିତ ହୋଇଥିଲେ l ଚାରି ଦଶନ୍ଧି ଧରି ଉଭୟ ରାଜ୍ୟ ତଥା ଜାତୀୟ ରାଜନୀତିରେ ତାଙ୍କର ଉଲ୍ଲେଖନୀୟ ଆଭିମୁଖ୍ୟ ରହିଥିଲା l ଜୀବନବ୍ୟାପୀ ସେ ଲୋକଙ୍କ ସେବା କରିବାରେ ନିଜକୁ ଉତ୍ସର୍ଗୀକୃତ କରିଥିଲେ l ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି l ଜଣେ ଦକ୍ଷ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି l
ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଅସୀମ ଶକ୍ତି ଓ ଧର୍ଯ୍ୟ ପ୍ରଦାନ କରନ୍ତୁ l ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି l