ଭୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଶେଷ ଭାବରେ ସାମାଜିକ ଓ ରାଜନୀତି କ୍ଷେତ୍ରରେ ତାଙ୍କର ଅବଦାନ ଗୁଡିକ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
Related Stories
November 21, 2024
November 21, 2024