
ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି।