
ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।