
ଲେଶ୍ୱର- ୬୦ ନଂ ଜାତୀୟ ରାଜପଥର ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ନନ୍ଦିକା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ପିକନିକ୍ ବସ୍ ପଛରେ ଧକ୍କା ଦେଇଛି ଅନ୍ୟ ଏକ ଗୋରୁ ବୋଝେଇ ଟ୍ରକ୍ । ଫଳରେ ବସ୍ ରେ ଥିବା ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଜଳେଶ୍ୱର ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । ସମସ୍ତ ଆହତ ଯାତ୍ରୀ ପଶ୍ଚିମବଙ୍ଗର ବୋଲି ଜଣାପଡିଛି ।
ପ୍ରାପ୍ତ ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ‘ପ୍ରଧାନ’ ନାମକ ଏହି ପିକନିକ୍ ବସ୍ ଟି କଟକରୁ ପର୍ଯ୍ୟଟକ ମାନଙ୍କୁ ନେଇ କଲିକତା ଫେରୁଥିଲା । ଏହି ସମୟରେ ନନ୍ଦିକା ଛକ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ୍ ଦୃତ ଗତିରେ ଆସି ବସ୍ ପଛରେ ଧକ୍କା ଦେଇଥିଲା । ଦୁଘଟଣା ପରେ ଟ୍ରକ୍ ଡ଼୍ରାଇଭର ଓ ହେଲପର୍ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି । ପୋଲିସ ଗୋରୁ ବୋଝେଇ ଟ୍ରକଟିକୁ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO