ଭୁବନେଶ୍ୱର– ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ସେହିପରି ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ, ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ସାଙ୍ଗଠନିକ ନିର୍ବାଚନ ଆରମ୍ଭ ହେବ । ବୁଥ ସଭାପତିଠୁ ଆରମ୍ଭ କରି ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ନିର୍ବାଚିତ ହେବେ ବୋଲି ଦଳୀୟ ସୂତ୍ରରୁ ପ୍ରକାଶ।