
ଭୁବନେଶ୍ୱର, ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ୬୫ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ( ଆଇ. ପି. ଏସ)ଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଗଣ ଉପସ୍ଥିତ ରହି ଅମର ଶହୀଦ ଯବାନଙ୍କୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସମ୍ମାନ ପ୍ରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।