ଭୁବନେଶ୍ୱର– ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ସଚେତନ ଓ ସତର୍କ ରହିବାକୁ ଅପିଲ କରିଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ସଚେତନତା ଓ ସତର୍କତା ହିଁ ସମ୍ଭାବ୍ୟ ବାତ୍ୟା ‘ଦାନା’ରୁ ଆମକୁ ସୁରକ୍ଷିତ କରିବ। ବିଭିନ୍ନ ସମୟରେ ବାତ୍ୟା ଆସିଛି, ଆଉ ଆମେ ଏହାର ଦୃଢ଼ତାର ସହ ମୁକାବିଲା କରିଛେ। ସବୁ ବାତ୍ୟା ପରି ଏଥର ମଧ୍ୟ ସୁରକ୍ଷିତ ରହିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବା। ନିଜର ଏବଂ ପ୍ରିୟଜନଙ୍କ ଯତ୍ନ ନେବା। ଭୟଭୀତ ନ ହୋଇ, ଆମେ ସମସ୍ତେ ସଜାଗ ରହିବା
Related Stories
October 23, 2024
October 23, 2024