ଭୁବନେଶ୍ୱର, ଆଗାମୀ ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି,ଅକ୍ଟୋବର୨୮ରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗଶୁଣାଣିରତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Related Stories
November 22, 2024