ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପରେ ସର୍ବାଧିକ ୬୨.୯ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୪୬.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ୨୯.୨ ମି.ମି., ନୱାନାରେ ୨୭.୪ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୨୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୨୭.୦ ମି.ମି., ରାଜନଗରରେ ୨୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ନିଳଗିରିରେ ୨୩.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୨୨.୫ ମି.ମି. ଏବଂ ଆଳିରେ ୨୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 21, 2024
November 21, 2024