ଭୁବନେଶ୍ୱର– ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ସରଳ, ମିଷ୍ଟଭାଷୀ ଓ ଅମାୟିକ ସ୍ୱଭାବର ବ୍ୟକ୍ତି ଥିଲେ । ଯୁବକ, କୃଷକ ଓ ଅସହାୟଙ୍କ କଲ୍ୟାଣ ପାଇଁ ସବୁବେଳେ ଚିନ୍ତା କରୁଥିଲେ । ଜନପ୍ରତିନିଧି ଓ ଅନେକଙ୍କ ମାର୍ଗଦର୍ଶକ ଭାବେ ତାଙ୍କର କାର୍ଯ୍ୟ ଗୁଡ଼ିକ ସର୍ବଦା ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
Related Stories
November 22, 2024