ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପ୍ରସଙ୍ଗରେ ରାଜ୍ୟ ପୋଲିସ ମହାନିର୍ଦେଶକ ୱାଇ ବି ଖୁରାନିଆ ପ୍ରତିକ୍ରିୟା ଦେଇଛନ୍ତି ।
ସେ କହିଛନ୍ତି ଯେ ଏହା ଏକ ନିୟମିତ ପ୍ରକ୍ରିୟା। ସମୟ ଅନୁସାରେ ରାଜ୍ୟସ୍ତରୀୟ କମିଟି ଏହାକୁ ରିଭ୍ୟୁ କରେ । କମିଟି ନିଷ୍ପତ୍ତି ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥାଏ ।