ସୂଚନା ଅନୁଯାୟୀ, ଆଜି ଭୋରରୁ ଏକ ଟ୍ରକ୍ ସମ୍ବଲପୁରରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ରାସ୍ତା ପାଶ୍ୱର୍ରେ ଛିଡ଼ା ହୋଇଥିବା କିଛି ଅସ୍ଥାୟୀ ଦେକାନୀଙ୍କ ଉପରେ ଚଢ଼ାଇ ଦେଇଥିଲା । ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ସଦର ହସ୍ପିଟାଲରେ ଭର୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଥିଲା । ଫଳରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଗୁରୁତର ଅନ୍ୟ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ପରବର୍ତି ସମୟରେ ବୁର୍ଲା ଭୀମସାରକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ଶାସନ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକ ମାନଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଏନେଇ ଅଧିକ ତଦନ୍ତ ଜାରୀ ରଖିଛି । ତେବେ ମୃତାହତଙ୍କ ପରିଚୟ ମିଳିପାରିନଥିବା ବେଳେ ଘଟଣାକୁ ନେଇ ସେଠାରେ ପ୍ରବଳ ଉତେଜନା ପ୍ରକାଶ ପାଇଥିଲା ।
Related Stories
November 24, 2024
November 24, 2024