ଭୁବନେଶ୍ୱର– ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ବୁଧବାର ଦିନ ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହ ସେଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ ନିର୍ମାଣାଧୀନ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ତାଙ୍କ ସହ ଯଶିପୁରର ସ୍ଥାନୀୟ ବିଧାୟକ ତଥା ରାଜ୍ୟବ ବନ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂହ ଖୁଂଟିଆ ମଧ୍ୟ ଖୁଣ୍ଟିଆ ଉପସ୍ଥିତ ଥିଲେ ।
ଏହା ପୂର୍ବରୁ ସେ ଯଶିପୁର ଠାରେ ପହଂଚିବା ପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମାନେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।
Related Stories
November 21, 2024
November 21, 2024