ଭୁବନେଶ୍ୱର– ଭଗବାନ ବିର୍ସା ମୁଣ୍ଡା କେବଳ ଆମ ସ୍ବାଧୀନତା ସଂଗ୍ରାମର ମହାନାୟକ ନଥିଲେ ବରଂ ଆମ ଆଧ୍ୟାତ୍ମିକତା ଏବଂ ସାଂସ୍କୃତିକ ଊର୍ଜାର ବାହକ ଥିଲେ । ଆଜି କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ “ଜିଲ୍ଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ” ସମାରୋହରେ ଯୋଗଦେଇ ସଭାକୁ ସମ୍ବୋଧିତ କରି ରାଜ୍ୟର ପୂର୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହା କହିଛନ୍ତି ।
ସେ କହିଛନ୍ତି ଯେ, ଭଗବାନ ବିର୍ସା ମୁଣ୍ଡାଙ୍କ ସଂଘର୍ଷ ଓ ସାହସ ଆମକୁ ସର୍ବଦା ପ୍ରେରିତ କରୁଥାଉ । ଜନଜାତୀୟ ଗୌରବ ଦିବସ ଜରିଆରେ ଦେଶ ନିଜ ଆଦିବାସୀ ପରମ୍ପରାକୁ ନେଇ ଗର୍ବ କରୁଛି ଏବଂ ‘ପଞ୍ଚ ପ୍ରାଣ’ ଊର୍ଜାର ଅଂଶବିଶେଷ ଭାବେ ଜନଜାତି ସମୁଦାୟର ବିକାଶ ପାଇଁ ଆମ ସରକାର ସଦା ସର୍ବଦା ସଂକଳ୍ପବଦ୍ଧ ବୋଲି ସେ କହିଛନ୍ତି ।
ସେ ଏହି ଅବସରରେ କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ “ଜିଲ୍ଲା ସ୍ତରୀୟ ଜନ ଜାତୀୟ ଗୌରବ ଦିବସ” ପାଳନ ଅବସରରେ କଟକ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଯୋଗ୍ୟ ବିବେଚିତ ହିତାଧିକାରୀ ମାନଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଛନ୍ତି ।