ଭୁବନେଶ୍ଵର– ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ଧିରେ ଧିରେ୨ରୁ ୩ ଡ଼ିଗ୍ରୀ ସେଲସିୟସ୍ ହ୍ରାସ ପାଇବାର ସମ୍ଭାବନା ରହିଛି । ଏବଂ ଏହା ପରେ ମଧ୍ୟ ପାଗରେ କୌଣସି ବଡ ଧରଣର ପରିବର୍ତନର ସମ୍ଭାବନା ନଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।